fbpx

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ; ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ୭୩ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ରାହୁଲ ନିଜର ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା।

ସୂଚନା ଥାଉକି, ନରେନ୍ଦ୍ର ଦାମୋଦରଦାସ ମୋଦୀ ୧୭ ସେପ୍ଟେମ୍ବର ୧୯୫୦ରେ ମେହେସାଣା ଜିଲ୍ଲାର ବଡ଼ନଗରରେ ଏକ ଗରିବ ପରିବାରରେ ଜନ୍ମ ହୋଇଥିଲେ । ଦାମୋଦରଦାସ ମୁଲଚାନ୍ଦ ମୋଦୀ ଓ ତାଙ୍କ ପତ୍ନୀ ହୀରାବେହେନ ମୋଦୀଙ୍କର ତୃତୀୟ ସନ୍ତାନ ହେଉଛନ୍ତି ନରେନ୍ଦ୍ର ମୋଦୀ। ୨୦୦୧ ମସିହାରେ ସେ ପ୍ରଥମ ଥର ପାଇଁ ଗୁଜୁରାଟ ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ଓ ନିରବିଛିନ୍ନ ଭାବେ ୨୦୧୪ ଲୋକସଭା ପର୍ଯ୍ୟନ୍ତ ଏହି କାର୍ଯ୍ୟ ନିର୍ବାହ କରିଥିଲେ ।

ଏହା ପରେ ୨୦୧୪ ରେ ବିଜେପି ତାଙ୍କୁ ନିଜର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା ସେବେଠାରୁ କ୍ରମାଗତ ଦ୍ୱିତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି । ଆଜି ପ୍ରଧାନମନ୍ତ୍ରୀଙ୍କ ୭୩ ତମ ଜନ୍ମଦିନ ଅବସରରେ ତାଙ୍କୁ ବିଭିନ୍ନ ଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି ।

Get real time updates directly on you device, subscribe now.