ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବର୍ତ୍ତମାନ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ସେ ଏୟାରପୋର୍ଟରୁ ବାହାରି ଜନତା ମଇଦାନ ଅଭିମୁଖେ ବାହାରିଛନ୍ତି । କିଛି ସମୟ ପରେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କରିବେ ।
ସୁରକ୍ଷାରେ ୪୦ ପ୍ଲାଟୁନ ପୋଲିସ ଓ ୪୦୦ ବରିଷ୍ଠ ଅଧିକାରୀ ମୁତୟନ ହୋଇଛନ୍ତି। ୩୮ତମ ଜାତୀୟ କ୍ରୀଡ଼ାର ଉଦ୍ଘାଟନ ବି କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ ୨୦୨୫: ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହେଉଛି ରାଜ୍ୟ ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା। ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ ୨୦୨୫। ଏହି ଦୁଇଦିନିଆ କନ୍କ୍ଲେଭ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍ଘାଟନ କରିବେ।
କନ୍କ୍ଲେଭ୍ର ଲକ୍ଷ୍ୟ ହେଉଛି ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଏବଂ ଦେଶବିଦେଶର ନିବେଶକମାନଙ୍କୁ ପୁଞ୍ଜିନିବେଶ ଲାଗି ଆକୃଷ୍ଟ କରିବା। କନ୍କ୍ଲେଭ୍ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଓ ଜୁଏଲ୍ ଓରାମ୍ ମଧ୍ୟ ଭାଗନେବେ।