fbpx
BSKY
BJD YOUTH SKY
BJD MS SKY

ଘରୋଇ ଅନୁଷ୍ଠାନ ସାବଧାନ! ଅଫିସ ଚଲାଇବା ପାଇଁ ଜିଲ୍ଲାପାଳଙ୍କ ଅନୁମତି ଜରୁରୀ

ଭୁବନେଶ୍ୱର, ୨୧ା୩(ଓଡ଼ିଶା ଭାସ୍କର): ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି । ଏହା ସମସ୍ତଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଏନେଇ ରାଜ୍ୟ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ଲକ୍ ଡାଉନ ରହିବ । ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୁଳ ଜିଲ୍ଲା ପାଇଁ ଏହା ଲାଗୁ ହେବ । ଏସବୁ ଜିଲ୍ଲାରେ ସବୁ ସହର ଓ ସବୁ ଗାଁ ଲକ୍ ଡାଉନ ରହିବ । ଏହାସହ ୮ଟି ସହର ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ୱର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁରରୋଡ଼, ଯାଜପୁର ଟାଉନରେ ମଧ୍ୟ ଏହି ନିୟମ ଳାଗୁ ହେବ । ୨୨ମାର୍ଚ୍ଚ ସକାଳ ୭ରୁ ୨୯ମାର୍ଚ୍ଚ ରାତି ୯ଟା ଯାଏଁ ଏହି ନିୟମ ଳାଗୁ ହେବ ।
ଏହାସହ ଘରୋଇ କମ୍ପାନୀ ମାନଙ୍କୁ ୱାର୍କ ଫ୍ରମ ହୋମ୍ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦିଆଯାଇଛି । ଯଦି ସେମାନେ ଏହା ନକରନ୍ତି ତେବେ ସେମାନଙ୍କର ବର୍ତ୍ତମାନର ବ୍ୟବସ୍ଥା ଚାଲୁ ରଖିବା ପାଇଁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଳାପାଳଙ୍କଠାରୁ ପ୍ରମାଣ ପତ୍ର ଆଣିବାକୁ ହେବ ।

କୋଭିଡ଼-୧୯କୁ ନିୟନ୍ତ୍ରଣ କରିବା ପାଇଁ ନିୟୋଜିତ ସମସ୍ତ ଘରୋଇ ସେବା ପ୍ରଦନକାରୀଙ୍କୁ ଜରୁରୀକାଳିନ ସେବାର ଅନ୍ତର୍ଭୁକ୍ତ କରାଯାଇଛି ।
ଲୋକଙ୍କ ସ୍ୱାର୍ଥ ପାଇଁ ଏହି କଟକଣା କରାଯାଇଛି । ଏହାକୁ ଯିଏ ଭାଙ୍ଗିବାକୁ ଚେଷ୍ଟା କରିବ ତା ବିରୋଧରେ କଠୋର ପଦକ୍ଷେପ ନିଆଯିବ ।

Get real time updates directly on you device, subscribe now.