fbpx

‘ବିକାଶ ନାଁରେ ବିପଦ ସୃଷ୍ଟି ହେଲେ ସରକାର ଦାୟୀ ରହିବେ’: ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ

ଚାଲିଛି ବିଧାନସଭା ବଜେଟ ଅଧିବେଶନ । ବିଧାନସଭା ଅଧିବେଶନର ୪ର୍ଥ କାର୍ଯ୍ୟଦିବସରେ ଶୂନ୍ୟକାଳରେ ଶ୍ରୀମନ୍ଦିର ପରିକ୍ରମା ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ । ଏହି ପ୍ରକଳ୍ପ ପ୍ରସଙ୍ଗରେ କମିଟି ଗଠନ କରିବାକୁ ଦାବି କରିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ । ବିକାଶ ନାଁରେ ମନ୍ଦିର ପ୍ରତି ବିପଦ ସୃଷ୍ଟି ହେଲେ ସରକାର ଦାୟୀ ରହିବେ ବୋଲି କହିଛନ୍ତି ପୁରୀ ବିଧାୟକ ।

ସେ କହିଛନ୍ତି ଭାଇବ୍ରେସନ ଯୋଗୁଁ ମନ୍ଦିରରେ ଫାଟ ସୃଷ୍ଟି ହୋଇଛି । ବିକାଶମୂଳକ କାର୍ଯ୍ୟକୁ କେହି ବିରୋଧ କରିବେ ନାହିଁ, ମାତ୍ର ବିକାଶ ନାଁ ରେ ମନ୍ଦିର ପ୍ରତି ବିପଦ ଯଦି ସୃଷ୍ଟି ହେବ ସେଥିପାଇଁ ସରକାର ଦାୟୀ ରହିବେ  । କୌଣସି ପ୍ରକାର ସ୍ଥାୟୀ ନିର୍ମାଣ ପ୍ରକଳ୍ପ ପାଇଁ ଏଏସଆଇ, ଏନଏମଏ କହିଛନ୍ତି ଅନୁମତି ଦେଇ ନାହାଁନ୍ତି  । ପ୍ରକୃତ କଥା କଣ ଜାଣିବା ପାଇଁ ବିଧାନସଭାର ଏକ କମିଟି ଗଠନ କରି ପୁରୀ ପଠାଇବା ପାଇଁ ଦାବି କଲେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ । ବିଜେପି ମୁଖ୍ୟ ସଚେତକ ମୋହନ ମାଝୀ, ବିଜେପି ବିଧାୟକ ଭାସ୍କର ମଢେଇ ମଧ୍ୟ ବିଧାନସଭା କମିଟି ଗଠନ କରିବାକୁ ଦାବି କଲେ  ।

ଏହି ପ୍ରସଙ୍ଗରେ ସରକାରଙ୍କ ଆଭିମୁଖ୍ୟ ଉପରେ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ପ୍ରକୃତରେ ମନ୍ଦିର ପ୍ରତି ବିପଦ ସୃଷ୍ଟି ହୋଇଛି କି ନାହିଁ ଲୋକଙ୍କ ସନ୍ଦେହ ଦୂର କରିବା ସରକାରଙ୍କ ଦାୟିତ୍ୱ ତେଣୁ ବାଚସ୍ପତି ବିଧାନସଭାର କମିଟି ଗଠନ କରିବାକୁ ରୁଲିଂ ଦାବି କଲେ ନରସିଂହ ମିଶ୍ର ।

Get real time updates directly on you device, subscribe now.