ଆସନ୍ତା କାଲି ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

ପୁରୀ : ପୁରୀ ଶ୍ରୀମନ୍ଦିରରେ ଆସନ୍ତା କାଲି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି ଯୋଗୁଁ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିପାଇଁ ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ ।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରର ବିଭିନ୍ନ ପରମ୍ପରା ମଧ୍ୟରୁ ଶ୍ରୀଜିଉଙ୍କ ଖସାପଡା ନୀତି ଏକ ଗୁପ୍ତ ସେବା ।

ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ। ବର୍ଷକୁ ୨ ରୁ ୩ ଥର ଏହି ଗୁପ୍ତ ସେବା ଅନୁଷ୍ଠିତ ହୋଇଥାଏ ।

ଖସାପଡା ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥାଏ। ଏହା ପରେ ପୁଣି ମହାପ୍ରଭୁଙ୍କୁ ଶ୍ରଦ୍ଧାଳୁମାନେ ଦର୍ଶନ କରିବାର ସୁଯୋଗ ପାଇବେ।