ପୁରୀରେ ବଡ଼ ଅଘଟଣ: ଶ୍ରୀମନ୍ଦିର ବରିଷ୍ଠ ସେବାୟତଙ୍କୁ ଭୁଜାଲିରେ ଆକ୍ରମଣ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୁରୀରେ ଘଟିଯାଇଛି ଏକ ବଡ଼ ଅଘଟଣ । ଶ୍ରୀମନ୍ଦିରର ଜଣେ ବରିଷ୍ଠ ସେବାୟତଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି । ଏହି ଆକ୍ରମଣ ପରେ ଉକ୍ତ ବରିଷ୍ଠ ସେବାୟତଙ୍କ ଅବସ୍ଥା ଗୁରୁତର ହେବା ସହିତ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେବାୟତ ତଥା ସିନିୟର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଦୁର୍ବୃତ୍ତମାନେ ଭୁଜାଲି ମାଡ଼ କରିଥିବା ଜଣାପଡ଼ିଛି । ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାରରେ ସେବାୟତଙ୍କ ଉପରେ ଏହି ଆକ୍ରମଣ ହୋଇଥିଲା । ଏହାପରେ ଗୁରୁତର ଅବସ୍ଥାରେ ସେବାୟତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

Get real time updates directly on you device, subscribe now.