fbpx

ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଲାଗୁ ହେଲା କଟକଣା !

ପୁରୀ ୨୫ । ୪ (ଓଡିଶା ଭାସ୍କର) : ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଲାଗୁ ହେଲା  କଟକଣା । ଆସନ୍ତା କାଲିଠାରୁ ବାହାର ଜିଲ୍ଲାର ଲୋକଙ୍କ ପାଇଁ ମନା  ହେଲା ସ୍ୱର୍ଗଦ୍ୱାର । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପିତ୍ତି ନିଆଯାଇଛି । ବାହାର ଜିଲ୍ଲାର ଲୋକମାନେ ଶବଦାହ ଲାଗି ଆସୁଥିବାରୁ ସଂକ୍ରମଣ ବଢିବାର ଆଶଙ୍କା ରହିଛି । କୋଭିଡ୍ ରୋଗୀ ଶବସଂସ୍କାର ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅସ୍ଥି ବିସର୍ଜନ ଓ ଶ୍ରାଦ୍ଧ ଆଦି କାର୍ଯ୍ୟରେ  ରୋକ ଲଗାଯାଇଛି । ଏନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

ଅନ୍ୟପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୬୧୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୫୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୫୭୦ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ସାତ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.