fbpx
BJD
BJD SKY
BJD SKY

ଆଜିଠୁ ପବିତ୍ର ପଞ୍ଚକ ବତ୍ର: ପ୍ରଥମ ଦିନରେ ଶ୍ରୀଜୀଉଙ୍କ ଲକ୍ଷ୍ମୀନାରାୟଣ ବେଶ ନୀତି, ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ, (ଭାସ୍କର ନ୍ୟୁଜ): ଆଜିଠୁ ଆରମ୍ଭ ହେଉଛି ପବିତ୍ର ପଞ୍ଚୁକ ବ୍ରତ । କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ସବୁଠାରୁ ପବିତ୍ର ବୋଲି କୁହାଯାଉଥିବା ବେଳେ ଶ୍ରୀକ୍ଷେତ୍ର ପୁରୀରେ ଏହି ବ୍ରତ ପାଇଁ ହଜାର ହଜାର ହବିଷ୍ୟାଳୀ ଓ ଭକ୍ତଙ୍କ ଭିଡ଼ ଜମିବାର ସମ୍ଭାବନା ରହିଛି । ପଞ୍ଚୁକର ପ୍ରଥମ ଦିନ ପଡୁଥିବାରୁ ଭିଡ଼ ଆଶଙ୍କାରେ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିରକୁ ଆସିବାକୁ ବାରଣ କରାଯାଇଛି । ସୋମବାର ବଡ଼ ଏକାଦଶୀ ଓ ପହିଲି ପଞ୍ଚକରେ ଶ୍ରାମନ୍ଦିରରେ ମହାପ୍ରଭୁଙ୍କର ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ । ତେବେ କଟକଣା ଯୋଗୁଁ ଅଗଣିତ ଦର୍ଶକ ପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ ।

ପଞ୍ଚୁକର ପ୍ରଥମ ଦିନ ଅର୍ଥାତ୍‌ ସୋମବାର ଏକାଦଶୀରେ ଶ୍ରୀଜୀଉଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେଉଥିବା ବେଳେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ । ତେବେ ଦ୍ୱାଦଶୀରେ ବାଙ୍କଚୂଡ ବେଶ, ତ୍ରୟୋଦଶୀରେ ତ୍ରିବିକ୍ରମ ବେଶ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀ ନୃସିଂହ ବେଶ ଭକ୍ତମାନେ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ପଞ୍ଚୁକର ଶେଷଦିନ ଅର୍ଥାତ୍‌ କାର୍ତ୍ତିକ ପୂର୍ଣ୍ଣମୀରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜାଧିରାଜ ବେଶ ବା ସୁନା ବେଶ ଅନୁଷ୍ଠିତ ହେବାକୁ ଥିବାବେଳେ ଏହି ବେଶ ଦର୍ଶନରୁ ମଧ୍ୟ ଭକ୍ତମାନେ ବଞ୍ଚିତ ରହିବେ । ପଞ୍ଚୁକ ପାଇଁ ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ବ୍ୟବସ୍ଥା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିବା ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.