fbpx

ବିପ୍ଳବୀ କବି ରବି ସିଂଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, ୨ା୨(ଓଡ଼ିଶା ଭାସ୍କର): ବିପ୍ଳବୀ କବି ରବି ସିଂଙ୍କ ଆଜି ପରଲୋକ ଘଟିଥିଲା । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି । ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଏହାସହ ଶୋକସନ୍ତପ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି । ଓଡ଼ିଆ ସାହିତ୍ୟକୁ ବିପ୍ଳବୀ କବି ରବି ସିଂ ସମୃଦ୍ଧ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କ୍ରାନ୍ତିକାରୀ ରଚନା ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ ବୋଲି ସେ କହିଛନ୍ତି ।
ରବି ସିଂ ଦୀର୍ଘଦିନ ଧରି ଅସୁସ୍ଥ ରହିଥିଲେ । ଆଜି କଟକ ସ୍ଥିତ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ହୋଇଥିଲା । ତାଙ୍କୁ ୧୯୬୧ରେ ସାହିତ୍ୟ ଏକାଡ଼େମୀ ପୁରସ୍କାର ମିଳିଥିଲା । ସେହିପରି ୨୦୧୭ରେ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ସେ ସମ୍ମାନିତ ହୋଇଥିଲେ । ସେ ଚରମ ପତ୍ର, ପାଦଟୀକା, ଅପ୍ରୀତିକର କବିତା ପୁସ୍ତକର ସ୍ରଷ୍ଟା ।

Get real time updates directly on you device, subscribe now.