fbpx

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ହେବ ସାଂସଦ ରଘୁନାଥ ମହାପାତ୍ରଙ୍କ ଶେଷକୃତ୍ୟ : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର ୦୯ । ୦୫ (ଓଡ଼ିଶା ଭାସ୍କର) : ରାଜ୍ୟସଭା ସାଂସଦ ତଥା ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପାର୍ଥିବ ଶରୀରର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆଜି ଅପରାହ୍ନ ସମୟରେ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇ ଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଶୋକ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଟୁଇଟ୍‌ରେ କହିଛନ୍ତି, ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଦୁଃଖିତ। କଳା, ଭାସ୍କର୍ଯ୍ୟ ଓ ସଂସ୍କୃତି ଦୁନିଆକୁ ତାଙ୍କର ଅବଦାନ ଥିଲା ଅତୁଳନୀୟ। ପାରମ୍ପରିକ କଳାକୁ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ। ତାଙ୍କର ପରିବାର ଓ ପ୍ରଂଶସକମାନଙ୍କ ପାଇଁ ମୋର ସମବେଦନା।

ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଆଜି ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ୭୮ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି ଶିଳ୍ପୀ ରଘୁନାଥ ମହାପାତ୍ର । ଗତ କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

Get real time updates directly on you device, subscribe now.