fbpx

ରାଜ୍ୟରେ ଲାଗି ରହିଛି ବର୍ଷା : ୨୪ ଘଣ୍ଟା ପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି । ଏହିଭଳି ପରିସ୍ଥିତି ଆଗାମୀ ୨ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାପାଇଁ ସତର୍କ ସୂଚନା ଜାରି କରାଯାଇଛି । ସେହିଭଳି ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭବନା ରହିଛି ।

ରାଜ୍ୟରେ ବିଭିନ୍ନ ପ୍ରବଳ ବର୍ଷା ପରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପରେ ନଜର ରଖିବାକୁ ସ୍ୱତନ୍ତ୍ର ରିଲିଫ୍‍ କମିଶନର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆବଶ୍ୟକ ପଡ଼ିଲେ ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.