fbpx
BSKY SKY
BSKY SKY

କାଲିଠୁ ରାଜ୍ୟରେ ପୁଣି ବର୍ଷା, ଜାଣନ୍ତୁ କେଉଁ ଜିଲ୍ଲାକୁ ଅଧିକ ବର୍ଷା ହେବା ସମ୍ଭାବନା ରହିଛି

BSKY

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ଅର୍ଥାତ କାଲିଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯାଉଛି । ଫଳରେ ଆସନ୍ତା ୨୦ ଓ ୨୧ ତାରିଖରେ କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଶଙ୍କା କରାଯାଉଛି ।

ପାଣିପାଗ ବିଭାଗ ଅନୁଯାୟୀ, ୨୦ ତାରିଖରେ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ପୁରୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଅନ୍ୟପଟେ ୨୧ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଝାରସୁଗୁଡ଼ା, ଦେବଗଡ଼ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ବର୍ଷା କାରଣରୁ ଆଗାମୀ ୩ ରୁ ୪ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । କିନ୍ତୁ ପରବର୍ତ୍ତୀ ସମୟରେ ରାତି ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ରହିଛି । ବାତ୍ୟା ମିଧିଲି ବାଂଲାଦେଶ ଅତିକ୍ରମ କରିଥିବା ବେଳେ ଓଡ଼ିଶାରେ ଏହାର ସିଧାସଳଖ କୌଣସି ପ୍ରଭାବ ପଡ଼ିନାହିଁ।

Get real time updates directly on you device, subscribe now.