ଭୁବନେଶ୍ୱର: ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୭ ଜିଲ୍ଲାକୁ ସତର୍କତା ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ।
ବିଜୁଳି, ଘଡ଼ ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ସେପଟେ ଟ୍ୱିନ ସିଟିରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଲାଗି ରହିଛି । ଦ୍ରୁତ ବେଗରେ ପବନ ବହିବା ମଧ୍ୟ ଆରମ୍ଭ ହୋଇଛି । ଆକାଶ ମେଘୁଆ ରହିଛି ।
ପାଗ ବଦଳିବା ଯୋଗୁ ଅସହ୍ୟ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଲଗାତର କିଛି ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଥିଲା ।