fbpx

ବଙ୍ଗୋପସାଗରରେ ଲଘୁଚାପ, ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ସହ ସାମନ୍ତାରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠୁ ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ । ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଉକ୍ତ ୭ଟି ଜିଲ୍ଲା ହେଉଛି ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର । ଏହି ସବୁ ଜିଲ୍ଳାରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲୁକା ପବନ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.