fbpx

ରାଜ୍ୟର ଏହିସବୁ ଜିଲ୍ଲାରେ ଆସନ୍ତାକାଲି ଯାଏଁ ଲାଗିରହିବ ବର୍ଷା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ଲାଗିଛି । ତେଣୁ ଆସନ୍ତାକାଲି ଯାଏଁ ୧୧ ଟି ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲେଶା ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ଘଣ୍ଟା ଯାଏଁ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । କାଲି ଅପରାହ୍ନରେ ପାଣିପାଗରେ ପରିବର୍ତ୍ତନ ଆସିବ । ୧୬ ତାରିଖରୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.