fbpx

ସେପ୍ଟେମ୍ବର ୨୧ ଯାଏଁ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସେପ୍ଟେମ୍ବର ୧୮ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେସବୁ ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ । ସେହିପରି ୧୯ ସେପ୍ଟେମ୍ବରରୁ ୨୦ ତାରିଖ ଯାଏ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେଗୁଡ଼ିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ । ଏହିସବୁ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହାପରେ ୨୦ ତାରିଖରୁ୨୧ ଯାଏଁ ୩ଟି ଜିଲ୍ଲାକୁ ଯେଲୋ ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀରରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Get real time updates directly on you device, subscribe now.