fbpx
BSKY SKY
BSKY SKY

ରାଜ୍ୟର ସବୁ ଅଞ୍ଚଳକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ: ଟ୍ୱିନ୍ ସିଟି ପାଇଁ ଆଲର୍ଟ ଜାରି

BSKY

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଇତିମଧ୍ୟରେ ରାଜ୍ୟର ସବୁ ଅଂଚଳକୁ ଛୁଇଁଛି ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇଥିବାବେଳେ ପଶ୍ଚିମ ଓଡ଼ିଶାର ସମ୍ବଲପୁର ସହିତ ଅନ୍ୟ କେତେକ ଅଞ୍ଚଳରେ ବଡ଼ଧରଣର ବର୍ଷା ହୋଇଯାଇଛି । ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି ବୋଲି ହୀରାକୁଦ ଡ୍ୟାମ୍‍ କର୍ତ୍ତୃପକ୍ଷ କହିଛନ୍ତି ।

ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଟ୍ୱିନ୍ ସିଟି ପାଇଁ ମଧ୍ୟ ଆଲର୍ଟ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।

Get real time updates directly on you device, subscribe now.