fbpx

୧୮ରୁ ଘୂର୍ଣ୍ଣିବଳୟ: ୧୯ ଓ ୨୦ରେ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ୧୮ ତାରିଖରୁ ପୁଣିଥରେ ବର୍ଷା ଆରମ୍ଭ ହେବ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାର୍ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ୧୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ । ତେଣୁ ୧୮ ତାରିଖରୁ ହିଁ ବର୍ଷା ଆରମ୍ଭ ହୋଇଯିବ । ସେ କହିଛନ୍ତି ଯେ, ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ, ଅତିବେଶିରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହାର ପ୍ରଭାବରେ ୧୮ ତାରିଖ ସନ୍ଧ୍ୟାରୁ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୧୯ ଓ ୨୦ରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ୭ରୁ ୧୨ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଇଏମଡି ମହାନିର୍ଦ୍ଦେଶକ କହିଛନ୍ତି । ଏହାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.