fbpx

ଆସନ୍ତା ୨୦ ଯାଏଁ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୬ ।୨(ଓଡିଶା ଭାସ୍କର): କାଲିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ବର୍ଷା ଓ ଘଡଘଡି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୧ଟି ଜିଲ୍ଲା ଯଥା- ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଆପଡା ଓ ବରଗଡରେ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି ।

ସେହିପରି ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହି ୧୨ ଜିଲ୍ଲାଗୁଡିକ ହେଉଛି- ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ ଓ କନ୍ଧମାଳ ।

Get real time updates directly on you device, subscribe now.