fbpx

ଆଉ ୨ ଦିନ ଜାରି ରହିବ ବର୍ଷା ଓ ମେଘୁଆ ପାଗ

AAKASH

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ଆଗାମୀ ୨ଦିନ ଧରି ରାଜ୍ୟରେ ବର୍ଷା ଜାରି ରହିବ । ଆଜି ଏବଂ ୨୧ ରାତିଖରେ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ମଧ୍ୟ ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସୋମବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଧିକ ରହିଛି ।

ଏହି ଦୁଇ ଦିନରେ ରାଜ୍ୟର ରାତି ତାପମାତ୍ରାରେ ହ୍ରାସ ଘଟିବ ମାହିଁ । ଏହାର ୩ରୁ ୪ ଡିଗ୍ରି ଯାଏ ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କାର୍ତ୍ତିକ ପୂର୍ଣ୍ଣିମା ଦିନ ରାଜ୍ୟରେ ଶୀତ ଅନୁଭବ ହେବ ବୋଲି ଅନୁମାନ କରାଯାଉଛି । ଆସନ୍ତାକାଲି ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ପାଗ ଶୁଖିଲା ରହିବ । ସର୍ବାଧିକ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୧ ଡିଗ୍ରି ମଧ୍ୟରେ ରହିବ ।

Get real time updates directly on you device, subscribe now.