fbpx

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି; ପ୍ରବଳ ବର୍ଷା ହେବା ନେଇ ୧୪ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

AAKASH

ଭୁବନେଶ୍ୱର: ଦକ୍ଷିଣ-ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମୌସୁମୀ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧୀରେ ଧୀରେ ତା’ର ସାଧାରଣ ଅବସ୍ଥାକୁ ଫେରୁଥିବାରୁ ଆସନ୍ତା ସୋମବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡି ସହ ପ୍ରବଳ ବର୍ଷା ହେବା ନେଇ ନୂଆପଡା, ବଲାଙ୍ଗୀର, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Get real time updates directly on you device, subscribe now.