fbpx

ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି; ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଂଚଳରେ ବର୍ଷା ଲାଗିରହିଛି । ଆଜି ଅପରାହ୍ଣରେ କଟକ-ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡାଠାରେ ସର୍ବାଧିକ ୩୩ ଦଶମିକ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହି ସମୟରେ କେତେକ ସ୍ଥାନରେ ବର୍ଷା ଓ ପବନ ସହ କୁଆପଥର ମାଡ଼ ହେବାରୁ ବ୍ୟାପକ ଫସଲ ନଷ୍ଟ ହୋଇଛି । ମାହାଙ୍ଗା ଅଞ୍ଚଳର ୨୦ଟି ପଞ୍ଚାୟତରେ ବ୍ୟାପକ ଫସଲ ନଷ୍ଟ ହୋଇଛି ।

ସେହିପରି କେନ୍ଦ୍ରାପଡର ପଟ୍ଟାମୁଣ୍ଡାଇରେ ୨୯, ନୟାଗଡ଼ର ରଣପୁରରେ ୨୫ ଦଶମିକ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପବନ ବହିବା ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Get real time updates directly on you device, subscribe now.