fbpx

ଆଜି ୧୩ ଜିଳ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି, ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି ।  ଏହି ସବୁ ଜିଲ୍ଲାଗୁଡିକୁ ସତର୍କ ରହିବାପାଇଁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିପରି ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Get real time updates directly on you device, subscribe now.