fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୧ଟି ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ ସହ ବଜ୍ରପାତ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୨୧ଟି ଜିଲ୍ଲାରେ ବର୍ଷା ପବନ ଓ ବଜ୍ରପାତ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେବ ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ସୁନ୍ଦରଗଡ଼ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ପବନ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ଆସନ୍ତା ୬ ତାରିଖ ସୁଦ୍ଧା ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ଆସନ୍ତାକାଲିଠୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

 

Get real time updates directly on you device, subscribe now.