fbpx

୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(ଭାସ୍କର ନ୍ୟୁଜ୍): ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝ ଜିଲ୍ଲାର ଗୋଟି ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ସମ୍ପୃକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼,ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

ସେହିପରି ୧୫ରୁ ୧୬ ତାରିଖ ମଧ୍ୟରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ବାଲେଶ୍ୱର , ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ, ଅନୁଗୁଳ,ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି , କୋରାପୁଟ ଓ ରାୟଗଡା ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏତଦ ବ୍ୟତୀତ ଅଗଷ୍ଟ ୧୬ରୁ ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହଥିବା ପାଣିାଗ ବିଭାଗ ପୂର୍ବାନୁମାନ କରିଛି ।

Get real time updates directly on you device, subscribe now.