fbpx

ବର୍ଷାରେ ଭିଜିବ ରଥାଯାତ୍ରା ! ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍‌) : ବର୍ଷାରେ ଭିଜିବ ଚଳିତ ବର୍ଷର ରଥଯାତ୍ରା । କାରଣ ଆଗାମୀ ୫ ଦିନ ଯାଏ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେବାପରେ ଜିଲ୍ଲା ପ୍ରଶାସନଗୁଡ଼ିକ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର, ବୌଦ୍ଧ, ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ ସୂଚନା ମଧ୍ୟ ଦିଆଯାଇଛି । ସେଥିନେଇ ଏହିସବୁ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, ଦେବଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ସୂଚନା ଦିଆଯାଇଛି । ଫଳରେ ରଥଯାତ୍ରାରେ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

Get real time updates directly on you device, subscribe now.