fbpx

ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ: ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍): ଉତ୍ତର ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୪ରୁ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷକରି ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।

ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ତାରିଖରୁ ବର୍ଷାର ପରିମାଣ ବଢ଼ି ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଏହି ସମୟରେ ବହୁ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ଏଣୁ ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.