fbpx

ସାବଧାନ୍! କାଲିଠୁ ୨ ଦିନ ବର୍ଷା ସହ ବଜ୍ରପାତ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୮ ।୩(ଓଡିଶା ଭାସ୍କର): ଆସନ୍ତାକାଲିଠାରୁ ୨ ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । କାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ପାଣିପାଗ ବିଭାଗ । ସେହି ୮ ଜିଲ୍ଲା ଯଥା- ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇପାରେ ।

ସେହିପରି ମାର୍ଚ୍ଚ ୨୦ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୬ଟି ଜିଲ୍ଲାଗୁଡିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା । ଏହି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Get real time updates directly on you device, subscribe now.