ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ପବନ ହେବାର ଆଶଙ୍କା ରହିଥିବା କହିଛି ବିଭାଗ । କାଳବୈଶାଖୀ ନେଇ ସତର୍କତା ଜାରି କରାଯାଇଛି ।
ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାକୁ ସତର୍କତା ଜାରି କରାଯାଇଛି । ରାଜ୍ୟର ୧୭ ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଗତ ୫ ଦିନ ଧରି କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ହୋଇଥିବାର ଦେଖିବାକୁ ମିଳିଛି ।