fbpx
BSKY SKY
BSKY SKY

ନୂଆ ବର୍ଷରୁ ବର୍ଷା; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ରହିଛି ବର୍ଷା ସମ୍ଭାବନା

BSKY

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ନୂଆ ବର୍ଷ ଆରମ୍ଭରୁ ହେବାକୁ ଯାଉଛି ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ରହିଛି ବର୍ଷା ସମ୍ଭାବନା । ଜାନୁଆରୀ ମାସର ପ୍ରଥମ ସପ୍ତାହ ଶେଷ ଆଡ଼କୁ କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏନେଇ ସୂଚନା ଦେଲେ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନର ସମ୍ଭାବନା ନଥିବା କହିଛନ୍ତି ପାଣିପାଗ ବିଶେଷଜ୍ଞ । ଅଧିକାଂଶ ସ୍ଥାନର ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ଅଧିକ ରହିପାରେ ।

ସେପଟେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ। ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଅଧିକ ଅନୁଭୂତ ହେଉଛି। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ସତର୍କତା ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଂଜ, ନବରଙ୍ଗପୁର, ସୋନପୁର, ସମ୍ବଲପୁର, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାର କିଛି ସ୍ଥାନରେ କୁହୁଡିର ସମ୍ଭାବନା ରହିଛି।

Get real time updates directly on you device, subscribe now.