fbpx

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ଆରମ୍ଭ ବର୍ଷା:ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୁତ ହେବାର ଲାଗିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଘୂର୍ଣ୍ଣିବଳୟ ଫଳରେ ଦକ୍ଷିଣ ଉପକୂଳ ଓଡିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି । ତେବେ କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଦେଖାଦେଇଛି । ସେହିପରି ଖୋର୍ଦ୍ଧା , ପୁରୀ, ଗଞ୍ଜାମ, କଟକର କିଛି ସ୍ଥାନରେ ମଧ୍ୟ ବର୍ଷା ଜାରି ରହିଥିବା ସୂଚନା ମିଳିଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଚଳିତ ମାସ ୨୦ଓ୨୧ ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରୀ ରହିବ ।

୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ କିଛି ଜିଲ୍ଲାରେ ବର୍ଷା ହେବା ସହ ଆଗାମି ୨ ଦିନ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଉଛି । ତେବେ ଏହି ଘୂର୍ଣ୍ଣିବଳୟ ପ୍ରଭାବରୁ ସମୁଦ୍ର ଅଶାନ୍ତ ରହିବା ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି ।

ତେବେ ଏହି ଲଘୁଚାପ ପଶ୍ଚିମକେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରକହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.