fbpx

ସାବଧାନ୍! ୧୬ ଜିଲ୍ଲାରେ କାଳବୈଶାଖୀ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୦ ।୩(ଓଡିଶା ଭାସ୍କର):ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୬ଟି ଜିଲ୍ଲା ଯଥା- ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଅନୁଗୁଳ, ଢ଼େଙ୍କାନାଳ, ନୂଆପଡା, ସମ୍ବଲପୁର, ସୋନପୁର ଏବଂ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

ତେବେ ବର୍ଷା, ବଜ୍ରପାତ, ଝଡ଼ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହଥିିବାରୁ ୭ ସାତଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୭ଟି ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଅନୁଗୁଳ ।

ଏହା ସହ ୨୧ ତାରିଖ ରବିବାର ସକାଳ ୮ଟା୩୦ରୁ ୨୨ତାରିଖ ସୋମବାର ସକାଳ ୮ଟା ୩୦ ପର୍ଯ୍ୟନ୍ତ ରାଜ୍ୟର ୧୩ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ସେହି ୧୩ ଜିଲ୍ଲାଗୁଡିକ ହେଉଛି- ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କୋରାପୁଟ ଏବଂ ରାୟାଗଡ଼ା । ବଜ୍ରପାତ ସହ କାଳବୈଶାଖୀର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Get real time updates directly on you device, subscribe now.