fbpx
BJD
BJD SKY
BJD SKY

୭ ଜିଲ୍ଲାରେ ଛେଚିବ ବର୍ଷା, ଲଘୁଚାପ କ୍ଷେତ୍ର ସୃଷ୍ଟି

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପଶ୍ଚିମକେନ୍ଦ୍ର ବଙ୍ଗୋପସାଗର ନିକଟ ଉତ୍ତରପଶ୍ଚିମରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଉ ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି । ଏହି ପରିପ୍ରେକ୍ଷୀରେ କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ସବୁ ଜିଲ୍ଲା ଗୁଡ଼ିକ ହେଲା ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ନେଇ ସବୁ ଜିଲ୍ଲାପାଳ ଓ ସବୁ ବିଭାଗକୁ ଏସଆରସିଙ୍କ ପକ୍ଷରୁ ଚିଠି କରାଯାଇଛି । ସଚେତନତା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଏସଆରସିଙ୍କ ନିର୍ଦ୍ଦେଶ ରହିଛି ।

Get real time updates directly on you device, subscribe now.