fbpx

(Video) ରାଜ୍ୟର ୭ଟି ଜିଲ୍ଲାରେ ଆସନ୍ତା ଦୁଇଦିନ ଧରି ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଥିବାବେଳେ ଆସନ୍ତାକାଲି ଓ ୧୯ ତାରିଖ ଦୁଇଦିନ ଧରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍‍ସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ଏହି ସମୟ ମଧ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପକ୍ଷରେ ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, କଟକ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଆସନ୍ତାକାଲି ଘନ କୁହୁଡ଼ି ହେବାର ସମ୍ଭାବନା ଥିବାବେଳେ ଗୁରୁବାର କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼ ଓ କଟକ ଜିଲ୍ଲାର କିଛି ସ୍ଥାନରେ ଘନକୁହୁଡି ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପରବର୍ତ୍ତୀ ଦିନରେ ପାଗ ପରିବର୍ତ୍ତନ ହେବାର ସମ୍ଭାବନା ଥିବା ସୂଚନା ମିଳିଛି ।

Get real time updates directly on you device, subscribe now.