fbpx

ଆଜିଠୁ ୪ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୪ା୩(ଓଡ଼ିଶା ଭାସ୍କର): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୭ତାରିଖ ଯାଏଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଜଣାପଡ଼ିଛି । ସେହିପରି ଆଜି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, କଟକ, ଜଗତସିଂହପୁର, କଳାହାଣ୍ଡି ଓ ରାୟଗଡ଼ାରେ ବର୍ଷା ହେବାରେ ଆଶଙ୍କା ରହିଛି । ଉତ୍ତର ସହ ଉପକୂଳ ଓଡ଼ିଶାରେ ଘୂର୍ଣ୍ଣିବଳୟର ପ୍ରଭାବ ଅଧିକ ରହିବ । ଏହାପରେ ୮ତାରିଖରୁ ପାଗରେ ପରିବର୍ତ୍ତନ ହେବା ସହ ତାତି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.