fbpx

ସାବଧାନ୍! ଆଗାମୀ ୨ ଦିନ ଛେଚିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ବିହାରରେ ଲୋ ପ୍ରେସର ଥିବାରୁ ଆଗାମୀ ୨ ଦିନ ପର୍ଯ୍ୟନ୍ତ ବର୍ଷା ହେବ । ଘଡଘଡି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ତେବେ ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ପ୍ରାୟ ସମସ୍ତ ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇଛି । ବାଲେଶ୍ୱର ଜିଲ୍ଲା ନୀଳଗିରିରେ ରାଜ୍ୟର ସର୍ବାଧିକ ବର୍ଷା ୬୭.୦ମିମି ରେକର୍ଡ ହୋଇଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇଛି । ବର୍ଷାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Get real time updates directly on you device, subscribe now.