୨୨ ଓ ୨୩ରେ ହୋଇପାରେ ବର୍ଷା !

News across the Earth, news close to your heart, Read Odisha Bhaskar English

ଭୁବନେଶ୍ୱର,୧୯ ।୧(ଓଡିଶା ଭାସ୍କର): ରାଜ୍ୟର ୩ଟି ଜିଲ୍ଲାରେ ଆସନ୍ତା ୨୨ ଓ ୨୩ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୩ଟି ଜିଲ୍ଲା ହେଉଛି ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ୯ଟି ଜିଲ୍ଲାରେ ଘନ କୁହୁଡି ହୋଇଥିଲା । ଏହିଭଳି ଘନ କୁହୁଡ଼ି ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଲାଗିରହିବ । ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ଆଜି ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ସୁନ୍ଦରଗଡ଼ ଜିଲ୍ଲାରେ, ସୋମବାର ଖୋର୍ଦ୍ଧା, ପୁରୀ, ଭଦ୍ରକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର, ମଙ୍ଗଳବାର ବଲାଙ୍ଗୀର, କଳାହାଣ୍ଡି, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କୋରାପୁଟରେ ବୁଧବାର ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, କୋରାପୁଟ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଯାଜପୁର, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ସୁନ୍ଦରଗଡ଼ରେ ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳରେ ଘନ କୁହୁଡ଼ି ପଡ଼ିବ ।

Get real time updates directly on you device, subscribe now.