fbpx

ପଶ୍ଚିମାଝଡ଼ ପ୍ରଭାବରେ ହେଉଛି ଓଡ଼ିଶାରେ ବର୍ଷା : ଆସନ୍ତା ୨୪ ଘଣ୍ଟା ପାଇଁ ଏହି ଜିଲ୍ଲା ସାବଧାନ !

Advertisement

ଭୁବନେଶ୍ୱର: ପଶ୍ଚିମାଝଡ଼ ଏବଂ ପୂର୍ବାଳୀ ବାୟୁର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ମାଲକାନଗିରି ଜିଲାର କୋରୁକୁଣ୍ଡାରେ ସର୍ବାଧିକ ୬ ସେଣ୍ଟିମିଟର ଓ କୋରାପୁଟରେ ୫ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି । ଆସନ୍ତାକାଲି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅପରପକ୍ଷରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ପରବର୍ତ୍ତୀ ସମୟରେ ଏହା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.