fbpx

୨୪ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ଖୁବ୍ ବର୍ଷିବ

ଭୁବନେଶ୍ୱର,୨ ।୧(ଓଡିଶା ଭାସ୍କର): ରାଜ୍ୟରେ ଆସନ୍ତା ୩ ଦିନ ମଧ୍ୟରେ ଶୀତର ପରିଣାମ କମ୍ ରହିବ । ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିଥିବା ବେଳେ କେନ୍ଦୁଝରରେ ସର୍ବନିମ୍ନ ୯.୬ ଡିଗ୍ରୀ ରେକର୍ଡ କରାଯାଇଛି । ଅନ୍ୟ ସବୁ ସହରର ପାରଦ ୧୦ ଡିଗ୍ରୀ ଉପରେ ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡିଶାର ଗୋଟିଏ କି ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହା ସହ ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୩ଟି ଜିଲ୍ଲା ଯଥା- ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ରାଜ୍ୟର ୮ଟି ଜିଲ୍ଲାରେ କୁଆପଥର ସହ ଘଡଘଡି ବର୍ଷା ହେବାର ସମ୍ଭାବନା ରହିଛି । ଦେବଗଡ, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡାରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା କମିବା ପରେ ୫ ତାରିଖ ପରଠାରୁ ଶୀତର ପ୍ରକୋପ ଆହୁରି ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.