fbpx

୮ରେ ଲ୍ୟାଣ୍ଡଫଲ୍ କରିବ ‘ମାଣ୍ଡସ’: ୧୦ ଓ ୧୧ରେ ଦକ୍ଷିଣ ଓଡ଼ିଶାରେ ବର୍ଷା!

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ୧୦ ଓ ୧୧ ତାରିଖରେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଟ୍ୱିଟ୍ ଜରିଆରେ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନା ଅନୁସାରେ, ‘ଅବପାତ ଘନୀଭୂତ ହେଉଛି । ଆଜି ସନ୍ଧ୍ୟାରେ ବାତ୍ୟା ରୂପ ନେଇପାରେ । କିନ୍ତୁ ବାତ୍ୟା ପ୍ରଭାବ ଓଡ଼ିଶା ଉପରେ ସିଧାସଳଖ ରହିବନି । ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ୨ ଦିନ ବର୍ଷା ହୋଇପାରେ ।’

ତେବେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ ‘ମାଣ୍ଡସ’ । ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରି ଲଘୁଚାପ ଓ ପରେ ବାତ୍ୟାର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୮ ତାରିଖ ସୁଦ୍ଧା ଏହା ତାମିଲନାଡ଼ୁ, ପୁଡୁଚେରୀ ଓ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରିବା ନେଇ ବିଭାଗ ସୂଚନା ଦେଇଛି । ବାତ୍ୟାକୁ ନେଇ ଲୋକଙ୍କ ମଧ୍ୟରେ ଭୟ ବଢିବାରେ ଲାଗିଛି ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆଣ୍ଡାମାନ ଓ ନିକୋବର ଦୀପପୁଞ୍ଜରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୭ ତାରିଖ ରାତିରେ ତାମିଲନାଡୁ ଓ ପୁଡୁଚେରୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । କିନ୍ତୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୦ ତାରିଖରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

Get real time updates directly on you device, subscribe now.