ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟର ବର୍ଷା ସମ୍ଭାବନା: ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଆସନ୍ତା ୧୯ ଓ ୨୦ରେ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୧୯ ଓ ୨୦ରେ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଏନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ହାଲୁକା ବର୍ଷା ସହ କିଛି ସ୍ଥାନରେ ବିଜୁଳି, ଘଡ଼ଘଡି ହେବା ସମ୍ଭାବନା ରହିଛି ।

୧୯ ତାରିଖରେ ୧୦ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ହାଲୁକା ବର୍ଷା ସମ୍ଭାବନା ରହିଛି ।

ସେପଟେ ରାତିର ତାପମାତ୍ରା ମଧ୍ୟ ଧିରେ ଧିରେ ବୃଦ୍ଧି ପାଇବ । ଅନ୍ୟପଟେ ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବଜ୍ରପାତର ଆଶଙ୍କା ରହିଛି।