fbpx

ଆଜି ସନ୍ଧ୍ୟାରୁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ଓଡିଶା ଭାସ୍କର: ଲଘୁଚାପର ରୂପ ନେଇଛି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ। ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ । ମାତ୍ର ଅବପାତର ପ୍ରଭାବ ଓଡ଼ିଶାକୁ ବେଶୀ ନଥିବା ଆଇଏମଡି ଡିଜି କହିଛନ୍ତି ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆସନ୍ତାକାଲି ସକାଳେ ଗଭୀର ଅବପାତ ରୂପ ନେଇପାରେ ଅବପାତ । ଆନ୍ଧ୍ର ଉପକୂଳରୁ ଦୂରରେ ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରିବ। ଯାହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଯାହାକୁ ଲକ୍ଷ୍ୟ ରଖି କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ପାଣିପାଗ ବିଭାଗ । ଆସନ୍ତା ୧୭ ତାରିଖରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଇଛି । ଅନ୍ୟପକ୍ଷରେ ଏହି ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଏହାକୁ ଦୃଷ୍ଟିରେ ରଖି ୧୪ ତାରିଖ ଠାରୁ ଆସନ୍ତା ୧୯ ତାରିଖ ପର୍ୟ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ଧୀବରମାନଙ୍କୁ ପରାମର୍ଶ ଦିଆଯାଇଛି।

Get real time updates directly on you device, subscribe now.