fbpx

ଓଡିଶାକୁ ବର୍ଷା ଚେତାବନୀ, ଜାଣନ୍ତୁ କେଉଁ ଜିଲ୍ଲାକୁ କେଉଁ ୱାର୍ଣ୍ଣିଂ?

ଭୁବନେଶ୍ୱର(ଓଡିଶା ଭାସ୍କର): ବଙ୍ଗୋପସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇସାରିଛି । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାରେ ପରିଣତ ହେବ । ବାତ୍ୟା ‘ୟଶ’ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି । ତେବେ ବାତ୍ୟା ଯୋଗୁଁ ମେ’ ୨୫ ତାରିଖ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ୮ଟି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜିଲ୍ଲାଗୁଡିକ ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ।

ସେହପରି ମେ’ ୨୬ ତାରିଖ ପାଇଁ ରାଜୃର ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହା ସହ ମେ’ ୨୭ ତାରିଖ ପାଇଁ ସୁନ୍ଦରଗଡ, ଦେବଗଡ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାତ୍ୟା ପ୍ରଭାବରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଇଏମଡି ।

Get real time updates directly on you device, subscribe now.