fbpx
BSKY
BJD MC SKY
BJD MS SKY

ପାଣିପାଗ ବିଭାଗର ସତର୍କ ସୂଚନା: ୨୯ରୁ ବଢ଼ିବ ବର୍ଷା ପରିମାଣ, ରାଜ୍ୟର ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍) : ଉତ୍ତର ଆଣ୍ଡାମାନ ସାଗର ଓ ଏହା ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୩୦ତାରିଖରେ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ୨୯ତାରିଖରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବା ପରେ ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ ।

୨୯ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ମାଲାକାନାଗିରି ଓ କୋରାପୁଟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏପରିକି କେତେକ ସ୍ଥାନରେ ୭୦ ରୁ ୧୧୦ ମିମି ବର୍ଷା ହୋଇପାରେ ବୋଲି ବିଭାଗ ଆକଳନ କରିଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ମାଲାକାନାଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେପ୍ରବଳ ବର୍ଷାର ସମ୍ଭାବନା ରହିଛି ।

୩୦ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ସୋନପୁର ଓ ବଲାଙ୍ଗୀରର କେତେକ ସ୍ଥାନରେ ପ୍ରବଲ ବର୍ଷା ହେବାକୁ ଥିବା ବେଳେ ୧ ଓ ୨ତାରିଖରେ ବର୍ଷାର ପରିମାଣ ବଢ଼ିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେ ସବୁ ଜିଲ୍ଲା ହେଲା ମାଲାକାନାଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ରାୟଗଡା, ନୂଆପଡା, ଗଜପତି, କନ୍ଧମାଳ ଓ ସୁନ୍ଦରଗଡ ।

Get real time updates directly on you device, subscribe now.