fbpx

ବର୍ଷା ସହ ବଜ୍ରପାତ ନେଇ ୧୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୧୨ା୮(ଓଡ଼ିଶା ଭାସ୍କର): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ରାଜ୍ୟର କେତେ ଜିଲ୍ଲାରେ ବର୍ଷା ହୋଇଥିଲା । ଏହାସହ ବଙ୍ଗୋପସାଗରରେ ଆସନ୍ତାକାଲି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାରି ମଧ୍ୟରେ ରାଜ୍ୟରେ ଆଗାମୀ ୨୪ଘଣ୍ଟା ପାଇଁ ରାଜ୍ୟର ୧୨ଜିଲ୍ଲାକୁ ୨୪ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୧୨ଜିଲ୍ଲାଗୁଡ଼ିକ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ପୁରୀ ।

Get real time updates directly on you device, subscribe now.