fbpx

ବର୍ଷା ଓ ବଜ୍ରପାତକୁ ନେଇ ପାଞ୍ଚ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୩୧ା୩(ଓଡ଼ିଶା ଭାସ୍କର): ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ମଝିରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାପ୍ରଭାବରେ ଓଡ଼ିଶାର ୧୧ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଏହାସହ ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ମଧ୍ୟ ଜାରି କରିଛି ପାଣିପାଗ ବିଭାଗ । ୫ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି । ଅପରାହ୍ନ ୫ଟା ୩୦ସୁଦ୍ଧା ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.