fbpx

ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା; ଏହି ୩ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ବାଂଲାଦେଶ ଓ ତତ୍‍ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହେଉଛି । ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇ ଝାରଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରେ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ରେଡ୍‍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି କେନ୍ଦୁଝର, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି ।

Get real time updates directly on you device, subscribe now.