fbpx
BJD SKY
BJD SKY

ଆସନ୍ତା ୨ ଦିନ ମଧ୍ୟରେ ବର୍ଷା: ଆଞ୍ଚଳିକ ପାଣିପାଗ ବିଭାଗ ଦେଲା ସୂଚନା

BJD

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଇଏମଡି ବିଭାଗ ।

ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ବର୍ଷା କାରଣରୁ ଆଗାମୀ ୩ ରୁ ୪ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । କିନ୍ତୁ ପରବର୍ତ୍ତୀ ସମୟରେ ରାତି ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ରହିଛି ।

 

Get real time updates directly on you device, subscribe now.