fbpx

୬ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୧୨ା୩(ଓଡ଼ିଶା ଭାସ୍କର): ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି । ଏହାସହ ବେଳେ ବେଳେ ବର୍ଷା ମଧ୍ୟ ହେଉଛି । କିନ୍ତୁ ଏହାରି ମଧ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୬ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଛଅ ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଛଅ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।ଏହାସହ ସେଠାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Get real time updates directly on you device, subscribe now.