fbpx

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୨୨ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।୧୨ଟି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୧୨ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, କଟକ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା । ଅନ୍ୟ ଜିଲ୍ଲାରେ କେତେକ ଅଞ୍ଚଳରେ ବର୍ଷା ହେବା ନେଇ ମଧ୍ୟ ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣି ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼ । ଏହାସହ ରାଜ୍ୟରେ ୨୪ରୁ ୨୬ତାରିଖ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି ।

Get real time updates directly on you device, subscribe now.